ବିଜେଡି ମୁଖ୍ୟ କାର୍ଯ୍ୟାଳୟରେ ବିଜୁ ବାବୁଙ୍କ ଶ୍ରାଦ୍ଧ ଉତ୍ସବ ପାଳିତ

ଭୁବନେଶ୍ୱର: ପ୍ରବାଦ ପୁରୁଷ, ଭାରତ ବର୍ଷର ମୁକ୍ତି ଆନ୍ଦୋଳନର ମୁଖ୍ୟ ନାୟକ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧ ଉତ୍ସବ ଆଜି ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ନିରାଡ଼ମ୍ବର ଭାବରେ ପାଳିତ ହୋଇ ଯାଇଛି । ଏହି ଅବସରରେ ବିଜୁ ବାବୁଙ୍କ ତୈଳ ଚିତ୍ରରେ ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ତଥା ବିଜେଡ଼ି ସାଧାରଣ ସମ୍ପାଦକ ସଞ୍ଜୟ ଦାସବର୍ମା, ମନ୍ତ୍ରୀ ଅଶୋକ ପଣ୍ଡା, ବିଜେଡି ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ, ବିଧାୟକ ଅନନ୍ତ ନାରାୟଣ ଜେନା ଓ ସୁଶାନ୍ତ ରାଉତ, ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ, ଯୁବ କଲ୍ୟାଣ ବୋର୍ଡ଼ର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ବିଜୟ ନାୟକ ଓ ଛାତ୍ର ବିଜେଡି ସଭାପତି ରାଣା ପ୍ରତାପ ପାତ୍ର ପ୍ରମୁଖ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଦେଇଥିଲେ, ବିଜୁ ବାବୁ ଜଣେ ସାହସୀ, ସ୍ୱାଭିମାନି ତଥା ନୂତନ ଯୁଗର ସ୍ରଷ୍ଟା ନେତା ଓ ପ୍ରଚଣ୍ଡ ପ୍ରତିଭାର ଅଧିକାରୀ ଥିଲେ ବୋଲି ଉପସ୍ଥିତ ବ୍ୟକ୍ତିମାନେ ମତ ଦେଇଥିଲେ ।

Late Biju Pattanaik

ଆଧୁନିକ ଓଡ଼ିଶାର ନିର୍ମାଣରେ ତାଙ୍କର ଅବଦାନ ଅତୁଳନୀୟ । ଓଡିଶାକୁ ଦେଶର ଏକ ସମୃଦ୍ଧ ରାଜ୍ୟ କରିବା ପାଇଁ ତାଙ୍କର ଜୀବନବ୍ୟାପୀ ସଂଘର୍ଷ ମୟ ଅବଦାନ ଆଜି ଆମକୁ ଏକ ବିକାଶ ଶୀଳ ରାଜ୍ୟରେ ପରିଣତ କରିବାପାଇଁ ପଥ ଦେଖାଇଛି ବୋଲି କର୍ମକର୍ତା ମାନେ କହିଥିଲେ । ତାଙ୍କ ପରଲୋକ ପରେ ତାଙ୍କ ଅବଦାନ ଓ ସ୍ମୃତି ପ୍ରତିଟି ଓଡି଼ଆ ଙ୍କ ହୃଦୟରେ ବଞ୍ଚି ରହିଛି ବୋଲି କହିଥିଲେ । ଏହି ଶ୍ରଦ୍ଧାଞ୍ଜଳି ସଭା ରେ ଉପସ୍ଥିତ ବିଜେଡି ର କର୍ମକର୍ତ୍ତା ମାନେ ସାମାଜିକ ଦୂରତା ରକ୍ଷାକରି ନିଜର ବକ୍ତବ୍ୟ ପ୍ରଦାନ କରିଥିବା ବେଳେ କରୋନା ମହାମାରୀରୁ ରକ୍ଷା ପାଇବାପାଇଁ ସମସ୍ତେ ଏହାକୁ ମାନି ଘରେ ରହିବାକୁ ପରାମର୍ଶ ଦେଇଥିଲେ। ସୂଚନାଯୋଗ୍ୟ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁବାବୁଙ୍କ ଶ୍ରାଦ୍ଧୋତ୍ସବକୁ ନିରାଡ଼ମ୍ବର ଭାବେ ପାଳନ କରିବାକୁ ଅନୁରୋଧ କରିଥିଲେ।

Leave a Reply

Your email address will not be published. Required fields are marked *