କରୋନା ଭାଇରସ : ଆଜି ୧୦୩ କରୋନା ଆକ୍ରାନ୍ତ ଚିନ୍ହଟ

ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଆଜି ପୁଣି ୧୦୩ ଜଣ ନୂଆ ଆକ୍ରାନ୍ତ ଚିନ୍ହଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ କରୋନା ରୋଗୀଙ୍କ ସଂଖ୍ୟା ୧୪୩୮କୁ ବୃଦ୍ଧି ପାଇଛି ।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୬ ଜଣ କ୍ବାରେଣ୍ଟାଇନ ସେଣ୍ଟରରେ ଥିଲେ ଓ ୭ ଜଣ ସ୍ଥାନୀୟ ଲୋକେ ମଧ୍ୟ ସାମିଲ ଅଛନ୍ତି । ଦେବଗଡ଼ ଜିଲ୍ଲାରୁ ସର୍ବାଧିକ ୨୨, ଖୋର୍ଦ୍ଧା ଓ ବାଲେଶ୍ୱର ଜିଲ୍ଲାରୁ ୫ଜଣ ଲେଖାଏଁ , ବଲାଙ୍ଗୀର ଓ ଭଦ୍ରକ ଜିଲ୍ଲାରୁ ୮ଜଣ ଲେଖାଏଁ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ , ମାଲକାନଗିରି ଜିଲ୍ଲାରୁ ୯ଜଣ, କୋରାପୁଟ ଓ ଗଜପତି ଜିଲ୍ଲାରୁ ୬ଜଣ ଲେଖାଏଁ, ଯାଜପୁର, ମୟୂରଭଞ୍ଜ, କନ୍ଧମାଳ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ଆଜି ଚିନ୍ହଟ ହୋଇଥିବା ଆକ୍ରାନ୍ତଙ୍କ ତାଲିକାରେ ସାମିଲ ଅଛନ୍ତି ।

Leave a Reply

Your email address will not be published. Required fields are marked *